ଅରୁଣ ଦେ

ଓଡ଼ିଆ ରାଜନୀତିଜ୍ଞ

ଅରୁଣ ଦେ (୩୦ ଅପ୍ରେଲ ୧୯୪୬ - ୨ ଅଗଷ୍ଟ ୨୦୨୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଥିଲେ । ସେ ଓଡ଼ିଶା ରାଜନୀତିରେ ପ୍ରଥମ କମ୍ଯୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ଓଡ଼ିଶା ଗଣ ପରିଷଦରେ ଯୋଗ ଦେଇଥିଲେ । ୧୯୭୪, ୧୯୮୦ ଓ ୧୯୯୦ ମସିହାରେ ସେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୮ମ, ୧୦ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଅରୁଣ ଦେ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀପ୍ରିୟନାଥ ନନ୍ଦି
ପର ଅଧିକାରୀକାର୍ତ୍ତିକ ଚନ୍ଦ୍ର ରାଉତ
ନିର୍ବାଚନ ମଣ୍ଡଳୀବାଲେଶ୍ୱର
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀକାର୍ତ୍ତିକ ଚନ୍ଦ୍ର ରାଉତ
ପର ଅଧିକାରୀଗୋପନାରାୟଣ ଦାସ
ନିର୍ବାଚନ ମଣ୍ଡଳୀବାଲେଶ୍ୱର
ବିଧାୟକ: ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୨୦୦୦
ପୂର୍ବ ଅଧିକାରୀଗୋପନାରାୟଣ ଦାସ
ପର ଅଧିକାରୀଜୀବନ ପ୍ରଦୀପ ଦାଶ
ନିର୍ବାଚନ ମଣ୍ଡଳୀବାଲେଶ୍ୱର
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀଜୀବନ ପ୍ରଦୀପ ଦାଶ
ପର ଅଧିକାରୀଜୀବନ ପ୍ରଦୀପ ଦାଶ
ନିର୍ବାଚନ ମଣ୍ଡଳୀବାଲେଶ୍ୱର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1946-04-30)୩୦ ଅପ୍ରେଲ ୧୯୪୬
ମୃତ୍ୟୁ୨ ଅଗଷ୍ଟ ୨୦୨୧(2021-08-02) (ବୟସ ୭୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଓଡ଼ିଶା ଗଣ ପରିଷଦ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସିପିଆଇ
ବାପା/ବୋଉଗୋଲକନାଥ ଦେ
ବୃତ୍ତିରାଜନୀତିଜ୍ଞ

ଜୀବନୀ

ପ୍ରାରମ୍ଭିକ ଜୀବନ

ଅରୁଣ ଦେ ୧୯୪୬ ମସିହାର ଅପ୍ରେଲ ମାସ ୩୦ ତାରିଖରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଗୋଲକନାଥ ଦେ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଏବଂ ସେ ଓକିଲାତି ପଢ଼ିବା ପରେ ଜଣେ ଆଇନଜୀବୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଆଜୀବନ ଅବିବାହିତ ଥିଲେ ।[୧]

ରାଜନୈତିକ ଜୀବନ

ଅରୁଣ ଦେ ୧୯୭୧ ମସିହାରେ କମ୍ୟୁନିଷ୍ଟ ପାର୍ଟିରେ ଯୋଗ ଦେଇଥିଲେ ଏବଂ ୧୯୯୪ ମସିହାଯାଏଁ ସେ ଏହି ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ୫ଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]

୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସିପିଆଇର ପ୍ରାର୍ଥୀ ଭାବରେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ସେ ୧୯୭୪ ମସିହାରୁ ୧୯୭୭ ମସିହାଯାଏଁ ବିଧାୟକ ଭାବେ କାର୍ଯ୍ୟ କରିଥିଲେ । ଏହାପରେ ପୁନର୍ବାର ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୯୮୦, ୧୯୯୦ ମସିହାରେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୮ମ, ୧୦ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ମୃତ୍ୟୁ

କରୋନାରେ ପୀଡ଼ିତ ହୋଇ ୨୦୨୧ ଅଗଷ୍ଟ ମାସ ୨ ତାରିଖରେ ଅରୁଣ ଦେଙ୍କର ପରଲୋକ ଘଟିଥିଲା ।[୨]

ଆଧାର