ଅସୀମା ପଣ୍ଡା

ଓଡ଼ିଆ କଣ୍ଠଶିଳ୍ପୀ

ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ ।[୧] ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।

ଅସୀମା ପଣ୍ଡା
ଜନ୍ମ
ଅସୀମା ପଣ୍ଡା
ବୃତ୍ତିଓଡ଼ିଆ କଣ୍ଠଶିଳ୍ପୀ
ପୁରସ୍କାରଓଡ଼ିଶା ସଙ୍ଗୀତ ସମ୍ମାନ

ଆଧାର

ବାହାର ଆଧାର