ରୋହିତ ଜୋଶେଫ ତିର୍କୀ

ଓଡ଼ିଆ ରାଜନେତା

ରୋହିତ ଜୋଶେଫ ତିର୍କୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରୋହିତ ଜୋଶେଫ ତିର୍କୀ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀଶଙ୍କର ଓରାମ
ନିର୍ବାଚନ ମଣ୍ଡଳୀବୀରମିତ୍ରପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୪,୧୧୬ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ଶଙ୍କର ଓରାମଙ୍କୁ ୬,୮୮୪ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଆଧାର